ଏହି ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭଦ୍ରକ: କରୋନା ମୁକାବିଲା ଲାଗି ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରି ଦିଆଯାଇଛି। ଏନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।

ପ୍ରାଥମିକ ଭାବେ ମାର୍ଚ୍ଚ ୩୧ ଯାଏ ଛୁଟି ବାତିଲ କରାଯାଇଥିବା ଜଣାପଡ଼ିଛି।

ସୂଚନାଥାଉ କି, କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାର୍ଚ୍ଚ ୩୧ ଯାଏ ରାଜ୍ୟର ସବୁ ସ୍କୁଲ, କଲେଜ ସହ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ପାଇଁ ଘୋଷଣା କରିଥିଲେ। ଏହାସହ ମୁଖ୍ୟମନ୍ତ୍ରୀ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଥିଲେ। ସିନେମା ହଲ୍ ଓ ସୁଇମିଂ ପୁଲ୍ ମଧ୍ୟ ବନ୍ଦ ରହିଛି।

କରୋନାକୁ ମୁକାବିଲା କରିବା ପାଇଁ ସାରା ଦେଶରେ ସତର୍କତା ଓ ସଚେତନତା କରାଯାଉଛି। ଏପରିକି ରେଲ୍‌ୱେ ଷ୍ଟେସନ୍‌ରେ ପୋଷ୍ଟର ଓ ଡିଜିଟାଲ୍‌ ସ୍କ୍ରିନିଂ ମାଧ୍ୟମରେ ଲୋକମାନଙ୍କୁ ସଚେତନ ଓ ସତର୍କ  କରାଯାଉଛି।

You might also like