ଆସନ୍ତା ୨୪ ଘଣ୍ଟାରେ ୯ ଜିଲ୍ଲାରେ ବର୍ଷା !

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଘଡ଼ଘଡ଼ି ମଧ୍ୟ ମାରିପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, ନୟାଗଡ଼, କୋରାପୁଟ, କଳାହାଣ୍ଡି ଓ ନୂଆପଡ଼ା। ଏସବୁ ଜିଲ୍ଲାକୁ ଛାଡ଼ିଦେଲେ ଅନ୍ୟ ଜିଲ୍ଲାମାନଙ୍କରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେହିପରି ଘନ କୁହୁଡ଼ି ନେଇ ୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୩ଟି ଜିଲ୍ଲା ହେଲା-କଳାହାଣ୍ଡି, କନ୍ଧମାଳ ଓ ଅନୁଗୁଳ।

ଆସନ୍ତା ୪୮ ଘଣ୍ଟା ପରେ ତାପମାତ୍ରା ୨-୩ ଡିଗ୍ରୀ କମିପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।

You might also like