୨ ଘଣ୍ଟା ମଧ୍ୟରେ ୬ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା ଓ କେନ୍ଦୁଝର। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। 

ଗତ କିଛି ଦିନ ଧରି ରାଜ୍ୟରେ ଯେଉଁଭଳି ଅସହ୍ୟ ଗରମ ଓ ତାତି ଦେଖା ଦେଇଥିଲା, ବର୍ଷା ହେବା ପରେ ଟିକେ ଆଶ୍ୱସ୍ତି ମିଳିବ ବୋଲି ଆଶା କରାଯାଉଛି। ରାଜ୍ୟରେ ତାପମାତ୍ରା ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲା। ଏହାସହ ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦିଆଯାଇଥିଲା।

ଅନ୍ୟପକ୍ଷେ, ଉତ୍ତର ଆଣ୍ଡାମାନ ସାଗର ଉପରେ ସୃଷ୍ଟ ହୋଇଥିବା ଡିପ୍ରେସନ୍‌  ଉତ୍ତର ଉତ୍ତର-ପୂର୍ବ ଦିଗକୁ ଗତି କରୁଛିଆସନ୍ତା କିଛି ଘଣ୍ଟା ମଧ୍ୟରେ ଏହା ୱେଲ୍ ମାର୍କଡ୍‌ ଲୋ ପ୍ରେସର୍‌ ଏରିଆରେ ପରିଣତ ହେବାସହ ଦୁର୍ବଳ ହୋଇ ମ୍ୟାନ୍‌ମାର୍‌ ଆଡ଼କୁ ଗତି କରିପାରେ। ଏହାର ପ୍ରଭାବରେ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

You might also like