ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ

ଭୁବନେଶ୍ୱର: ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କିଛି ସେବାୟତ କରୋନା ସଂକ୍ରମିତ ହେବାରୁ ଦର୍ଶନ ବନ୍ଦ ନିଷ୍ପତ୍ତି ନିଆଯାଇଛି। କେବଳ ସେବାୟତଙ୍କ ଦ୍ୱାରା ନୀତିକାନ୍ତି କରିବାକୁ ନିଷ୍ପତ୍ତି ହୋଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ଯାଏଁ କଟକଣା ଜାରି ରହିବ।

ସେହିଭଳି ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା କୋଭିଡ୍ ଗାଇଡ୍ ଲାଇନ ଭିତରେ ହେବ। ଏ ନେଇ ବିଏମସି ପକ୍ଷରୁ ଗତ ୯ ତାରିଖରେ ନିର୍ଦ୍ଦେଶନାମା ପ୍ରକାଶ ପାଇସାରିଥିବାରୁ ସେହି ଅନୁସାରେ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ଆଜି ବିଏମ୍‌ସିର ସାଉଥ ଇଷ୍ଟ ଜୋନ୍‌ର ଜେଡିସି ନିର୍ଦ୍ଦେଶନାମା ଜାରି କରିଛନ୍ତି।

ଗତ ଜାନୁଆରୀ ୬ରେ ସାଧାରଣ ଭକ୍ତଙ୍କ ପାଇଁ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ଖୋଲିଥିଲା । ସବୁ ବୟସର ଶ୍ରଦ୍ଧାଳୁଙ୍କୁ ମନ୍ଦିରରେ ପ୍ରବେଶ ଲାଗି ଭୁବନେଶ୍ୱର ମହାନଗର ନିଗମ ଅନୁମତି ପ୍ରଦାନ କରିଥିଲା । ତେବେ ମନ୍ଦିରକୁ ପ୍ରବେଶ ପୂର୍ବରୁ କୋଭିଡ୍ ନେଗେଟିଭ୍ ପ୍ରମାଣପତ୍ର ବାଧ୍ୟତାମୂଳକ କରାଯାଇଥିଲା। ରିପୋର୍ଟ ନେଗେଟିଭ୍ ଥିଲେ ମନ୍ଦିରରେ ପ୍ରବେଶ ପାଇଁ ଅନୁମତି ଦିଆଯିବ ବୋଲି ବିଏମସି ପକ୍ଷରୁ କୁହାଯାଇଥିଲା ।

You might also like