୨୭ରୁ ଖୋଲିବ ଲିଙ୍ଗରାଜ ମନ୍ଦିର
ଭୁବନେଶ୍ୱର: ଆସନ୍ତା ୨୭ ତାରିଖରୁ ଖୋଲିବ ଲିଙ୍ଗରାଜ ମନ୍ଦିର। ଲିଙ୍ଗରାଜ ମନ୍ଦିର ଖୋଲିବା ନେଇ ସୂଚନା ଦେଲେ ଦୁଇ ସେବାୟତ। ପ୍ରଶାସନିକ ବୈଠକରେ ନିଷ୍ପତ୍ତି ହୋଇଥିବା ଦୁଇ ସେବାୟତ କମଳାକାନ୍ତ ବଡୁ ଓ ବିରଞ୍ଚି ପତି ସୂଚନା ଦେଇଛନ୍ତି।
- ୨୭ରୁ ୩୧ ପର୍ଯ୍ୟନ୍ତ କେବଳ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି ମିଳିବ।
- ଜାନୁଆରୀ ୧ ଓ ୨ ତାରିଖ ମନ୍ଦିର ବନ୍ଦ ରଖାଯିବାକୁ ନିଷ୍ପତ୍ତି।
- ୩ରୁ ୫ ତାରିଖ ପର୍ଯ୍ୟନ୍ତ କେବଳ ଭୁବନେଶ୍ୱର ଲୋକଙ୍କୁ ଦର୍ଶନ ଅନୁମତି।
- ୬ ତାରିଖ ଠାରୁ ସାଧାରଣ ଲୋକଙ୍କୁ ଦର୍ଶନ ଅନୁମତି ମିଳିବା ସୂଚନା।
- ମନ୍ଦିର ପରିସରରେ ସର୍ବାଧିକ ୫ଶହ ଲୋକ ରହିପାରିବେ।
#ଖୋଲିବ_ଲିଙ୍ଗରାଜ_ମନ୍ଦିର
୨୭ରୁ ଖୋଲିବ ଲିଙ୍ଗରାଜ ମନ୍ଦିର, ସାଧାରଣ ଲୋକ କେବେ ଦର୍ଶନ କରିପାରିବେ ସୂଚନା ଦେଲେ ସେବାୟତ #EkamraKhetra #lingarajtemple #Bhubaneswar #Odisha pic.twitter.com/piJSxaUjWH— ଓଟିଭି (@otvkhabar) December 15, 2020
ସେହିପରି ପୁରୀ ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରେ ଖୋଲିବ। କିନ୍ତୁ ଖୋଲିବା ପରେ ପ୍ରଥମେ ୪/୫ ଦିନ ପୁରୀ ଲୋକଙ୍କୁ ଦର୍ଶନ ପାଇଁ ଅନୁମତି ମିଳିବ। ଭିଡ଼ ଦୃଷ୍ଟିରୁ ଜାନୁଆରୀ ୧ ଏବଂ ୨ ତାରିଖରେ ଦର୍ଶନ ବନ୍ଦ ରହିବ। ୩ ତାରିଖ ଠାରୁ ପୁଣି ସାଧାରଣ ଦର୍ଶନ ଆରମ୍ଭ କରାଯିବ। ୩ ତାରିଖ ଠାରୁ ପୁରୀ ସହ ବାହାର ଲୋକ ଦର୍ଶନ କରିପାରିବେ। ଦର୍ଶନ ବ୍ୟବସ୍ଥା ପାଇଁ ଏକ ଏସ୍ଓପି ଜାରି କରାଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।