ଚୋରା ମଦ କାରବାରକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଲେ ମହିଳା

ଜଗତସିଂହପୁର: ଚୋରା ମଦ କାରବାରକୁ ଲୋକଙ୍କ ବିରୋଧ। ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ୍‌ ଅନ୍ତର୍ଗତ ଢିଅସାହିରେ ଚୋରା ମଦ କାରବାରକୁ ସ୍ଥାନୀୟ ଲୋକ ବିରୋଧ କରିଛନ୍ତି। ଏହାର ପ୍ରତିବାଦ କରି ଢିଅସାହିରେ ଥିବା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ସଦସ୍ୟ ରାସ୍ତାରେ ଟାୟାର୍‌ ଜାଳି ରାସ୍ତା ଅବରୋଧ କରିଥିଲେ।

ସ୍ଥାନୀୟ ଅଞ୍ଚଳରେ ଚୋରା ମଦ କାରବାର ବୃଦ୍ଧି ପାଉଥିବା ବେଳେ ଏଥିପ୍ରତି ରୋକ୍ ଲଗାଇବାକୁ ଅବକାରୀ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନଥିବା ସେମାନେ କହିଛନ୍ତି।

ପୁଲିସ୍‌ ପକ୍ଷରୁ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉନଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କରି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ସମସ୍ତ ମହିଳା ରାସ୍ତାକୁ ଓହ୍ଲାଇଥିଲେ।

ଚୋରା ମଦ ବ୍ୟବସାୟୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସାଧାରଣରେ ଦାବି ହୋଇଛି।

You might also like