ଅଟୋ ଧକ୍କାରେ ଗଲା ଛାତ୍ରଙ୍କ ଜୀବନ

ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ୍‌

ନୟାଗଡ଼: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଗୋପିନାଥପୁରରେ ଅଟୋ ଧକ୍କାରେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଗତକାଲି ରାତିରେ ଟ୍ୟୁସନ୍ ସାରି ଘରକୁ ଫେରୁଥିବା ବେଳେ ଛାତ୍ରଜଣଙ୍କୁ ସମ୍ମୁଖ ପଟୁ ଆସୁଥିବା ଏକ ଅଟୋ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା।

ଦୁର୍ଘଟଣା ଘଟାଇଥିବା ଅଟୋ ଡ୍ରାଇଭରଙ୍କୁ ଗିରଫ ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସାଧାରଣ ଲୋକେ ରାସ୍ତାକୁ ଓହ୍ଲାଇଛନ୍ତି। ଉତ୍ତ୍ୟକ୍ତ ଲୋକେ ଗୋପିନାଥପୁରଠାରେ ମୃତଦେହ ରଖି ରାସ୍ତାରୋକ କରିଛନ୍ତି। ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି।  ଘଟଣାସ୍ଥଳରେ ପୁଲିସ୍‌ ଓ ଜିଲ୍ଲା ପ୍ରଶାସନ ପ୍ରତିନିଧି ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଛନ୍ତି।

You might also like