• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୧୬ ତାରିଖ ସଂଧ୍ୟାରେ ସାମୁଦ୍ରିକ ଝଡ଼ର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ୧୮ ତାରିଖରୁ  ସ୍ୱଳ୍ପରୁ ମଧ୍ୟମ ଏବଂ ୧୯ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ୧୭ ତାରିଖରେ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବୌଦ୍ଧ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

୧୮ ତାରିଖରେ ରାଜ୍ୟର ଦକ୍ଷିଣ ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୬୦ କିଲୋମିଟର ବେଗରେ ପବନ ବହିବ। ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ଏଥିସହ ଉପକୂଳବର୍ତ୍ତୀ ଅଞ୍ଚଳ, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ଓ ଘଡ଼ଘଡ଼ି ସହ ବର୍ଷା ହେବ।

୧୯ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ୬୦ରୁ ୭୦ କିଲୋମିଟର ବେଗରେ ପବନ ବହିବ ଓ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିପାଇଁ ଆସନ୍ତାକାଲିଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ସେପଟେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର। ବାତ୍ୟା ମୁକାବିଲାକୁ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଆସନ୍ତାକାଲି ଏକ ସମୀକ୍ଷା ବୈଠକ କରିବେ।

ଆସନ୍ତାକାଲି ଦିନ ସାଢେ ୧୧ଟାରେ ଲୋକସେବା ଭବନରେ ଏହି ସମୀକ୍ଷା ବୈଠକ ହେବ। ଏଥିରେ ଯୋଗ ଦେବା ଲାଗି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା, ଉନ୍ନୟନ ସଚିବ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ପୋଲିସ ଡିଜି, ଅଗ୍ନିଶମ ବିଭାଗର ଡିଜି, ମୁଣ୍ଡଳିରେ ଥିବା NDRFର କମାଣ୍ଡାଣ୍ଟ, ଭୁବନେଶ୍ୱର IMDର ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି।

Low-pressure-area-develops-in-bay-of-bengal-likely-to-turn-into-cyclone-by-may-16-imd
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories