ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳ ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏହାର ପ୍ରଭାବରେ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଗଂଜାମ, ପୁରୀ, କନ୍ଧମାଳ, ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କୋରାପୁଟ, ରାୟଗଡ଼ା, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ଼, କଟକ,  ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, କଳାହାଣ୍ଡି, ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like