୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଘନୀଭୂତ ହୋଇ ଏହା ୱେଲ୍‌‌ଡ୍‌ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି।

ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘନୀଭୂତ ହୋଇ ଅବପାତର(ଡିପ୍ରେସନ୍‌) ରୂପ ନେଇପାରେ। ଏହାର ପ୍ରଭାବରେ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଏହାର ପ୍ରଭାବରେ ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

You might also like