ଦାନା ବାନ୍ଧୁଛି ଲଘୁଚାପ, ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୪ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ଲଗାଣ ବର୍ଷା ହୋଇପାରେ। ୩ ତାରିଖରୁ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଉପକୂଳ ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ପୁରୀ, ବୌଦ୍ଧ, ସମ୍ବଲପୁର, ବଲାଙ୍ଗିର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

You might also like