ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ। ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।
ଏହି ସିଷ୍ଟମ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ୨୫ ତାରିଖ ବେଳକୁ ଏହା ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର, ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଉପକୂଳରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଏହାର ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ବାଲେଶ୍ୱର, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ରାୟଗଡ଼ା, ବଲାଙ୍ଗିର, କଟକ, ନୂଆପଡ଼ା, ନୟାଗଡ଼, ଯାଜପୁର, ଭଦ୍ରକ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।