• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

କଟକ: ମହାନଦୀରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ରାଜ୍ୟରେ ବନ୍ୟା ସ୍ଥିତି ସମ୍ପର୍କରେ ସୂଚନା ଦେଇ ମହାନଦୀ ଅବହାହିକାରେ ମଧ୍ୟମ ଧରଣର ବନ୍ୟା ସମ୍ଭାବନା ଥିବା ସ୍ୱତନ୍ତ୍ର ରିଲିଫ୍‌ କମିଶନର(SRC) କହିଛନ୍ତି।

ମହାନଦୀର ମୁଣ୍ଡଳି ଠାରେ ଏବେ ସାଢ଼େ ୭ ଲକ୍ଷ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ହୀରାକୁଦରେ ସାଢ଼େ ୫ ଲକ୍ଷ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ଇବ୍ ଏବଂ ଭେଡେନ୍ ନଦୀରୁ ବହୁ ପରିମାଣର ଜଳ ହୀରାକୁଦକୁ ପ୍ରବେଶ କରୁଛି।

ଏବେ ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି। ଏହି ଜଳ ମୁଣ୍ଡଳିରେ ପହଞ୍ଚିଲା ବେଳକୁ ୮ ଲକ୍ଷ କ୍ୟୁସେକ୍‌ ଜଳ ପ୍ରବାହିତ ହେବ। ତେଣୁ ମହାନଦୀର ତଳ ମୁଣ୍ଡରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଥିବା SRC କହିଛନ୍ତି। ଫଳରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, କଟକ ଜିଲ୍ଲା ପ୍ରଭାବିତ ଆଶଙ୍କା ଥିବାରୁ ଏସବୁ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ କୁହାଯାଇଛି। ସେହିପରି ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନକୁ ମଧ୍ୟ ଆଲର୍ଟ କରାଯାଇଥିବା SRC ସୂଚନା ଦେଇଛନ୍ତି।

ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି। ହୀରାକୁଦକୁ ୬ ଲକ୍ଷ ୫୬ ହଜାର ୬ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ ୩୫ ହଜାର ୬୫୮ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ହୀରାକୁଦ ତଳ ମୁଣ୍ଡରେ ବି ପ୍ରବଳ ମାତ୍ରାରେ ଜଳ ପ୍ରବାହିତ ହେଉଛି। ବରମୂଳରେ ୬.୧୦ ଲକ୍ଷ, ମୁଣ୍ଡଳିରେ ୭.୫୪ ଲକ୍ଷ ୩୮୫ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। 

Mahanadi-river-likely-to-experience-moderate-flood-src
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories