ସପିଂ ମଲ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଏକ ସପିଂ ମଲ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ମଲ୍‌ରେ ନିଆଁ ଲାଗିଥିବା ସୂଚନା ମିଳିଛି।

ଆଜି ସକାଳୁ କିଛି ଲୋକ ଦେଖି ଏ ସମ୍ପର୍କରେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ୩ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି।

ମଲ୍‌ରେ ଥିବା ବିଭିନ୍ନ ଦୋକାନ କ୍ଷତିଗ୍ରସ୍ତ ହୋଇଥିବା ଆଶଙ୍କା କରାଯାଉଛି। ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଜଣାପଡିନାହିଁ। ନିଆଁ ଲାଗି କେହି ମୃତାହତ ହୋଇ ନ ଥିବା ସୂଚନା ମଳିଛି।

You might also like