୧୧ରୁ ୧୫ ରାଜଧାନୀରେ ହେବ ମେକ୍ ଇନ୍ ଓଡ଼ିଶା କନ୍‌କ୍ଲେଭ୍

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ରୁ ୧୫ ମଧ୍ୟରେ ଭୁବନେଶ୍ୱରରେ ହେବ ମେକ୍ ଇନ୍ ଓଡ଼ିଶା କନ୍‌କ୍ଲେଭ୍। ଏଥିରେ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବାକୁ ଆସନ୍ତା ୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁମ୍ବାଇ ଗସ୍ତ କରିବେ। ସେହି ଦିନ ମୁଖ୍ୟମନ୍ତ୍ରୀଙ୍କର ମୁମ୍ବାଇରେ ଏକ ରୋଡ୍ ସୋ’ର କାର୍ଯ୍ୟକ୍ରମ ମଧ୍ୟ ରହିଛି। ପରେ ପୁଞ୍ଜିନିବେଶକାରୀଙ୍କ ସହିତ ଆଲୋଚନା ହେବାନେଇ ସ୍ଥିର କରାଯାଇଛି।

ଏ ନେଇ ସମସ୍ତ ବିଭାଗ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୀକ୍ଷା ବୈଠକ କରିଛନ୍ତି। ଓଡ଼ିଶାରେ ପୁଞ୍ଜି ନିବେଶ କରିବାକୁ ବିଦେଶର ଶିଳ୍ପୋଦ୍ୟୋଗୀଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏକ ପ୍ରତିନିଧି ଦଳ ଜାପାନ, ଦକ୍ଷିଣ କୋରିଆ ଓ ଚୀନ ମଧ୍ୟ ଗସ୍ତ କରିବ। ବୈଠକ ପରେ ଶିଳ୍ପ ସଚିବ ସଞ୍ଜୀବ ଚୋପ୍ରା ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ଚଳିତ ବର୍ଷ ୧୨ଟି କ୍ଷେତ୍ର ଫୋକସ୍‌ରେ ରହିଥିବା କଥା ସେ କହିଛନ୍ତି। ଏଥିରେ ଫୁଡ୍ ପ୍ରୋସେସିଂ, ସିଏସ୍ଆର୍, ଏମ୍ଏସ୍ଏମ୍ଇ, ପ୍ରତିରକ୍ଷା ମ୍ୟାନୁଫ୍ୟାକଚରିଂ ଆଦି କ୍ଷେତ୍ର ରହିଛି। ଗତ ଥର ରାଜ୍ୟରେ ପୁଞ୍ଜି ବିନିଯୋଗ ପାଇଁ ପ୍ରସ୍ତାବ ଦେଇଥିବା ୧୨୪ଟି କମ୍ପାନୀ ମଧ୍ୟରୁ ୭୨ଟି କମ୍ପାନୀକୁ ସିଙ୍ଗଲ୍ ଓ୍ୱିଣ୍ଡୋ କ୍ଲିୟରାନ୍ସ ମିଳିଥିବା ମଧ୍ୟ ଶିଳ୍ପ ସଚିବ କହିଛନ୍ତି।

ଆହୁରି ପଢ଼ନ୍ତୁ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

You might also like