ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌ ଓ ଜୋରିମାନା

ଫୁଲବାଣୀ (ତ୍ରିନାଥ ସାହୁ) : ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌ ଓ ୫୦,୦୦୦ ଟଙ୍କା ଜୋରିମାନା ହୋଇଛି। ଜୋରିମାନା ଅର୍ଥ ଅନାଦେୟ ହେଲେ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ। ନାବାଳିକା ଦୁଷ୍କର୍ମ ମାମଲାକୁ ବିଚାର କରି ଫୁଲବାଣୀ ସ୍ୱତନ୍ତ୍ର ପକ୍ସୋକୋର୍ଟ ଉପରୋକ୍ତ ରାୟ ଶୁଣାଇଛନ୍ତି।

୨୦୧୫ ମସିହାର ଘଟଣା। ରାତିରେ ନାବାଳିକା ଜଣକ ପାଖ ନାଳକୁ ଶୌଚ ପାଇଁ ଯାଇଥିଲା। ଏହି ସମୟରେ ଦଶରଥ ସେଠୀ ଓ ଅନ୍ୟ ଜଣେ ତାକୁ ଟେକି ନେଇଥିଲେ। ପରେ ଦଶରଥ ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ଏନେଇ ପରିବାର ଲୋକେ ଖଜୁରିପଡ଼ା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ମାମଲା ରୁଜୁ କରି ୨୦୧୫ ଅଗଷ୍ଟ ୩୧ ତାରିଖରେ ଅଭିଯୁକ୍ତ ଦଶରଥକୁ ଗିରଫ କରିଥିଲା। ତେବେ ଆଜି ପର୍ଯ୍ୟନ୍ତ ଦଶରଥଙ୍କ ସାଥୀଙ୍କ ପତ୍ତା ପୁଲିସ ପାଉନାହିଁ।

ଆଜି ଏହି ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ସାକ୍ଷୀଙ୍କ ବୟାନ ଆଧାରରେ ଫୁଲବାଣୀ ସ୍ୱତନ୍ତ୍ର ପକ୍ସୋ କୋର୍ଟ ମାମଲାକୁ ବିଚାର କରି ଅଭିଯୁକ୍ତ ଦଶରଥଙ୍କୁ ଦଣ୍ଡିତ କରିଛନ୍ତି।

ଆହୁରି ପଢ଼ନ୍ତୁ

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

You might also like