ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣିଦେଲେ

ରେଢାଖୋଲ: ସମ୍ବଲପୁର ରେଢାଖୋଲ ଉପଖଣ୍ଡ ନାକଟିଦେଉଳ ଥାନା ଅଞ୍ଚଳରେ ଆଜି ଏକ ହତ୍ୟାକାଣ୍ଡ ଘଟିଯାଇଛି। ଯୁବକଙ୍କୁ ଗୋଡାଇ ଗୋଡାଇ ଗାଁ ଦାଣ୍ଡରେ ସଂଘବଧ ଭାବେ ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ଜଣକ ହେଲେ  ସାଲେଭଟା ପଞ୍ଚାୟତର ତାଲବଣିଆ ଗାଁର ଦୁଃଶାସନ ଦେହୁରୀ।

ସ୍ଥାନୀୟ ଲୋକଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, କୌଣସି ଏକ କାରଣକୁ ନେଇ ଦୁଃଶାସନଙ୍କ ସହ ଗାଁର କିଛି ଲୋକଙ୍କର ବାରମ୍ବାର ପାଟିତୁଣ୍ଡ ହୋଉଥିଲା। ଆଜି ଦୁଃଶାସନ ତାଙ୍କ ଝିଅ ଘରକୁ ଯାଉଥିବା ବେଳେ ଗାଁର ୪ଜଣ ଯୁବକ ଟାଙ୍ଗିଆରେ ଆକ୍ରମଣ କରିଥିଲେ । ଦୁଃଶାସନ ଜୀବନ ବିକଳରେ ଦୌଡି ପଳାଇବା ଚେଷ୍ଟା କରୁଥିଲେ ହେଁ ଖସି ପାରି ନ ଥିଲେ। ୪ ଜଣ ମିଶି  ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ।

ନାକଟିଦେଉଳ ପୋଲିସ ଘଟଣାସ୍ଥଳରେ ପହଁଚି ମୃତଦେହ ଜବତ କରିଛି। ରେଢାଖୋଲ ଏସଡିପିଓଙ୍କ ସହ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ କରୁଛି। ଏଥିସହ ଚାରି ଅଭିଯୁକ୍ତଙ୍କୁ ଥାନାକୁ ଆଣି ଅଟକ ରଖି ପଚରା ଉଚରା କରୁଛି ।

 

ଆହୁରି ପଢ଼ନ୍ତୁ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

You might also like