ଗଣେଶ ଭସାଣି ବେଳେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍‌ ମୁର୍ଷୁଣ୍ଢି ଗାଁରେ ଗଣେଶ ପୂଜା ଭସାଣି ସମୟରେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ଉଭୟ ପକ୍ଷରୁ ୧୫ରୁ ଅଧିକ ଆହତ ହୋଇଛନ୍ତି। ବୀରମହାରାଜପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ସେମାନେ ଘରକୁ ଫେରିଛନ୍ତି।

ସୂଚନା ଅନୁସାରେ, ଗତକାଲି ମୁର୍ଷୁଣ୍ଢି ଗାନ୍ଧିପଡ଼ା ଯୁବକ ଜ୍ୟୋତି ସଂଘ ପକ୍ଷରୁ ଗଣେଶ ଭସାଣି ଆୟୋଜିତ ହୋଇଥିଲା। ଭସାଣି ଗାନ୍ଧି ପଡ଼ିଆରୁ ବାହାରି ମୁର୍ଷୁଣ୍ଢି ଗାଁ ପରିକ୍ରମା କରି ଟିକ୍ରିପଡାରେ ପହଞ୍ଚିବା ପରେ କୌଣସି କାରଣକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା।

ଏନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଥିବା ବେଳେ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like