କନଷ୍ଟେବଲଙ୍କୁ ଅତି ନିର୍ମମ ଭାବେ ହତ୍ୟା କଲେ ନକ୍ସଲ

ରାୟପୁର/ କନ୍ଧମାଳ: ଛତିଶଗଡ଼ ବିଜାପୁରରେ ମାଓବାଦୀଙ୍କ ବର୍ବରକାଣ୍ଡ। ଜଣେ ପୋଲିସ କନଷ୍ଟେବଲଙ୍କୁ ନକ୍ସଲମାନେ ଅତି ନିର୍ମମ ଭାବେ ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ହେଲେ ପୋୟମ ସୋମା। ତାଙ୍କୁ ଧନୁ ତୀର ଓ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ମାଓବାଦୀ। ଏହାସହ ମୃତକଙ୍କ ବାପା, ମାଆଙ୍କ ମଧ୍ୟ ନିସ୍ତୁକ ମାଡ଼ ମାରିଥିବା ଜଣାପଡ଼ିଛି।

ପୂର୍ବରୁ ପୋୟମଙ୍କୁ ପୋଲିସ ଚାକିରି ଛାଡ଼ିବାକୁ ମାଓବାଦୀ ଧମକ ଦେଇଥିଲେ। ସେ ଚାକିରି ନଛାଡ଼ିବାରୁ ମାଓବାଦୀ ଏହି କାଣ୍ଡ ଘଟାଇଛନ୍ତି ମାଓବାଦୀ। ହତ୍ୟାକାଣ୍ଡ ପରେ ଘଟଣା ସ୍ଥଳରେ କମ୍ବିଂ ଅପରେସନ ଜୋରଦାର କରାଯାଇଥିବା ବିଜାପୁର ଏସ୍‌ପି ସୂଚନା ଦେଇଛନ୍ତି।

ଅନ୍ୟପଟେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ସୁମରବନ୍ଧ ନିକଟ ଜଙ୍ଗଲରେ SOG ଟିମ କୁମ୍ବିଂ ଅପରେସନବେଳେ ମାଓ କ୍ୟାମ୍ପ ଠାବ ହୋଇଛି। ସେଠାରୁ ବିପୁଳ ମାଓ ସାମଗ୍ରୀ ଜବତ କରାଯାଇଥିବା କନ୍ଧମାଳ SP ପ୍ରତୀକ ସିଂ ସୂଚନା ଦେଇଛନ୍ତି।

ମାଓ କ୍ୟାମ୍ପରୁ କିଛି ବିସ୍ପୋରକ ସାମଗ୍ରୀ ସହିତ ମାଓବାଦୀ ବ୍ୟବହାର କରୁଥିବା ବହୁ ମାଓ ସାମଗ୍ରୀ ଜବତ କରାଯାଇଥିବା ସୂଚନା ଦେଇଛନ୍ତି ଏସ୍‌ପି। ୨୮ଟି ଡିଟୋନେଟର୍, ବ୍ୟାଗ, ବ୍ୟାଟେରୀ, ବ୍ୟାନର, ପୋଷ୍ଟର ଆଦି ଏକାଧିକ ସାମଗ୍ରୀ ଜବତ ହୋଇଛି। କମ୍ବିଂ ପରେ ମାଓବାଦୀମାନେ କ୍ୟାମ୍ପ ଛାଡ଼ି ଖସି ପଳେଇଥିବା ଜଣାପଡ଼ିଛି।

 

ଆହୁରି ପଢ଼ନ୍ତୁ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

କରୋନା ସଂକ୍ରମଣ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

You might also like