ରାଜ୍ୟରେ ରେକର୍ଡ ସଂଖ୍ୟକ ହେଲେ ସୁସ୍ଥ, ୫ ହଜାର ଟପିଲା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ସୁସ୍ଥ ହେଲେ ୨୪୩ ‘କରୋନା’ ଆକ୍ରାନ୍ତ। ଆଜି ରାଜ୍ୟରେ ୨୪୩ ଜଣ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏମାନଙ୍କୁ ମିଶାଇ ମୋଟ୍‌ ୫୧୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

କେଉଁ ଜିଲ୍ଲାରୁ କେତେ:-

ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୫୯ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗଞ୍ଜାମରୁ ୪୧, ଖୋର୍ଦ୍ଧାରୁ ୩୮, କନ୍ଧମାଳରୁ ୧୭, ଝାରସୁଗୁଡ଼ାରୁ ୧୫, ସୁନ୍ଦରଗଡ଼ରୁ ୧୦, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଲେଖାଏଁ ଅଛନ୍ତି। କୋରାପୁଟରୁ ୭, ଜଗତସିଂହପୁରରୁ ୫, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ ଲେଖାଏଁ, କଟକ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, ବାଲେଶ୍ୱରରୁ ୨, କଳାହାଣ୍ଡିରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


ଆଜି ବି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଡବଲ ସେଞ୍ଚୁରି ହୋଇଛି। ଆଜି ରାଜ୍ୟରେ ଆଜି ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୨୦୬ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୧୯୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ ୧୪ ରହିଛନ୍ତି। ‌୨୦୬ ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ଜିଲ୍ଲାରୁ ସର୍ବାଧିକ ୩୬ ଚିହ୍ନଟ ହୋଇଛନ୍ତି।

ତେବେ ଏଯାବତ୍ ରାଜ୍ୟରେ ୭୦୬୫ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ସେଥିରୁ ୨୫ ଜଣଙ୍କ ମୃତ୍ୟୁ ଘଟିଛି। ଏବେବି ୧୮୪୪ ଆକ୍ଟିଭ କେଶ ରହିଛି। ଏମାନେ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

ଆହୁରି ପଢ଼ନ୍ତୁ

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

You might also like