ବଢ଼ିବ ମାଟ୍ରିକ୍ ଖାତା ମୂଲ୍ୟାୟନ କେନ୍ଦ୍ର

ଭୁବନେଶ୍ୱର: ମାଟ୍ରିକ୍ ଖାତା ମୂଲ୍ୟାୟନ କେନ୍ଦ୍ର ବଢ଼ିବା ସହ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ ସାମାଜିକ ଦୂରତା ଅବଲମ୍ବନ କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ଏହି ସୂଚନା ଦେଇଛନ୍ତି।

କରୋନା ପାଇଁ ସାମାଜିକ ଦୂରତ୍ୱ ଉପରେ ଗୁରୁତ୍ୱ ଦିଆଯାଉଥିବାରୁ ମୂଲ୍ୟାୟନ କେନ୍ଦ୍ର ସଂଖ୍ୟା ବଢ଼ାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଏଥିସହ ଖାତା ମୂଲ୍ୟାୟନକାରୀଙ୍କ ସଂଖ୍ୟା ମଧ୍ୟ ବଢ଼ାଯିବ।

ୱେଟିଂ ଲିଷ୍ଟରେ ଥିବା ପରୀକ୍ଷକଙ୍କୁ ଖାତାଦେଖା ଲାଗି ଡକାଯିବ। ଖାତାଦେଖା ଆରମ୍ଭର ୪୫ ଦିନ ଭିତରେ ରେଜଲ୍ଟ ବାହାରିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ, ନବମ ଓ ଦଶମ ଶ୍ରେଣୀର ବହି କଟକ, ବାଲେଶ୍ୱର, ବ୍ରହ୍ମପୁର, ସମ୍ବଲପୁର ଓ ଭୁବନେଶ୍ଵର ଜୋନ ଅଫିସରେ ଉପଲବ୍ଧ ହେବ। କଟକ ବୋର୍ଡ଼ ଅଫିସରୁ ଅନ୍ୟ ସମସ୍ତ ଜୋନ୍ ଅଫିସ୍‌କୁ ବହି ଯିବ। ସେହିପରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଲାଗି ଆଗୁଆ ଅଧିକ ଲକ୍ଷେ ବହି ମୁଦ୍ରଣ ଲାଗି କୁହାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

You might also like