ମୟୂରଭଞ୍ଜ ରାଜମାତା ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ଦେହାନ୍ତ

ବାରିପଦା: ମୟୂରଭଞ୍ଜ ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା। ବେଲଗଡ଼ିଆ ରାଜପ୍ରସାଦରେ ଗତକାଲି ରାତି ପ୍ରାୟ ୧୧ଟା ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ରାଜମାତା ଗତକାଲି ଦିନରେ ସୁସ୍ଥ ଥିଲେ। ସକାଳ ଜଳଖିଆ ସହ ଦିନରେ ଭୋଜନ ମଧ୍ୟ କରିଥିଲେ। ରାତ୍ରୀ ଭୋଜନ ପରେ ଶୋଇବାକୁ ଯାଇଥିଲେ। ଏହାପରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି।

ପୂର୍ବତନ ବିଧାୟକ ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓଙ୍କ ମା’ ହେଉଛନ୍ତି ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ। ୧୯୨୮ ମସିହାରେ ନେପାଳ କାଠମାଣ୍ଡୁରେ ରାଜମାତା ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ ଜନ୍ମଗ୍ରହଣ କରିଥିଲେ।

୧୯୫୨ରେ ମୟୂରଭଞ୍ଜ ମହାରାଜା ପ୍ରଦୀପ ଚନ୍ଦ୍ର ଭଞ୍ଜଦେଓଙ୍କୁ ବିବାହ କରି ମୟୂରଭଞ୍ଜ ଜିଲ୍ଲାର ମହାରାଣୀ ହୋଇଥିଲେ। ଦିବଙ୍ଗତ ନେପାଳ ନରେଶ ତ୍ରିଭୁବନ ବୀର ବିକ୍ରମ ଶାହଙ୍କ ଝିଅ ହେଉଛନ୍ତି ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ।

ଆହୁରି ପଢ଼ନ୍ତୁ

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

You might also like