ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ୨୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ଯାଜପୁର, ଭଦ୍ରକ, ବରଗଡ଼, ଅନୁଗୁଳ, ନୟାଗଡ଼, ବଲାଙ୍ଗିର, ବୌଦ୍ଧ, ସୋନପୁର, ନୂଆପଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ଆଜି ସକାଳ ସାଢ଼େ ୧୦ଟା ମଧ୍ୟରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମୟରେ ପବନର ବେଗ ଅଧିକ ରହିପାରେ। ଏପରିକି ସ୍ଥାନେ ସ୍ଥାନେ କୁଆପଥର ପଡ଼ିବାର ସମ୍ଭାବନା ରହିଛି।

You might also like