ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା; ୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ଝଡ଼ବର୍ଷା ସହ ବଜ୍ରପାତ ଏବଂ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ୮ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର ଓ ସୁନ୍ଦରଗଡ଼।

You might also like