ନାବାଳିକାଙ୍କ ଉପରେ ଚଢ଼ିଗଲା ଟ୍ରକ୍

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ନୁନମାଠ ଗାଁ ଛକରେ ଜଣେ ନାବାଳିକାଙ୍କ ଉପରେ ଟ୍ରକ୍ ଚଢ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ସସ୍ମିତା ସାହୁ। ତାଙ୍କ ଘର କେସିଙ୍ଗା ଥାନା ଅନ୍ତର୍ଗତ ବୋଗାଡ଼ରେ। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି।

ସୂଚନା ଅନୁସାରେ, ସସ୍ମିତା ତାଙ୍କ ବାପାଙ୍କ ସହିତ ନୁନମାଠ ଗାଁକୁ ଆସିଥିଲେ। ତାଙ୍କ ବାପା ରାସ୍ତା କଡ଼ରେ ଛିଡ଼ା ହୋଇଥିବା ବେଳେ ସେ ରାସ୍ତା ପାର ହୋଇ ବିସ୍କୁଟ୍ କିଣିବାକୁ ଯାଉଥିଲେ। ଏହି ସମୟରେ ଏକ ଟ୍ରକ୍‌ ତାଙ୍କ ଉପରେ ଚଢ଼ି ଯାଇଥିଲା। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଛି। ପୁଲିସ୍ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରିଛି।

ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାରକୁ  କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡି ଅଟକି ରହିଛି। ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

You might also like