ଆଜି ସନ୍ଧ୍ୟାରେ ବିଧାୟକ ବିଷ୍ଣୁ ଦାସଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସଙ୍କ ମରଶରୀର ଜନ୍ମମାଟି ଜଗତସିଂହପୁର ଅଭିମୁଖେ ଯାଉଛି। ବିଷ୍ଣୁଙ୍କ ମରଶରୀର ପ୍ରଥମେ ରାଜ୍ୟ ବିଜେଡି କାର୍ଯ୍ୟାଳୟକୁ ନିଆଯାଇଥିଲା । ପରେ ବିଧାନସଭା ପରିସରକୁ ନିଆଯାଇଥିଲା। ସେଠାରେ ବହୁ ନେତା ଓ ମନ୍ତ୍ରୀମାନେ ଆସି ବିଷ୍ଣୁଙ୍କ ଶେଷ ଦର୍ଶନ କରିଥିଲେ। ଆଜି ସନ୍ଧ୍ୟାରେ ଶେଷକୃତ୍ୟ ହେବା ନେଇ ସୂଚନା ମିଳିଛି।

ଗତକାଲି ବିଧାୟକ ବିଷ୍ଣୁ ଦାସଙ୍କର ଦେହାନ୍ତ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୬୬ ବର୍ଷରେ ତାଙ୍କର ପରଲୋକ ହୋଇଛି । ନିଜ ରାଜନୈତିକ କ୍ୟାରିୟରରେ ୬ ଥର ବିଧାୟକ, ଥରେ ମନ୍ତ୍ରୀ, ଥରେ ସାଂସଦ ହୋଇଛନ୍ତି ବିଷ୍ଣୁ ଦାସ ।

ସେ ଜଗତସିଂହପୁରରୁ ୫ ଥର ଓ ତିର୍ତ୍ତୋଲରୁ ଥରେ ବିଧାୟକ ହୋଇଥିଲେ । ୨୦୧୬ ମସିହାରେ ସ୍ୱଳ୍ପକାଳ ପାଇଁ ରାଜ୍ୟସଭା ସାଂସଦ ମଧ୍ୟ ହୋଇଥିଲେ ବିଷ୍ଣୁ । ୨୦୧୭ରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେବା ପରେ ସେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ।ସେ ୨୦୦୬ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।

ବିଷ୍ଣୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଓ ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି ।

 

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like