ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର: ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ। ଜାମିନ ଆବେଦନ ଖାରଜ କଲେ ଭୁବନେଶ୍ୱର ଏଡିଜେ-୩। ପୂର୍ବାହ୍ନରେ ଶୁଣାଣି ସାରି ରାୟ ସଂରକ୍ଷିତ ରଖିଥିଲେ କୋର୍ଟ। ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ମାମଲାରେ ତଦନ୍ତ କରିବେ ଲୋକାୟୁକ୍ତ। ମାମଲାରେ ଲୋକାୟୁକ୍ତ ତଦନ୍ତ ପାଇଁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ। ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ମାମଲାର ତଦନ୍ତ ପାଇଁ ଲୋକାୟୁକ୍ତଙ୍କୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ। ଲୋକାୟୁକ୍ତ ଗଠନ ପରେ ପ୍ରଥମ ମାମଲା ଭାବେ ସରକାର ଏହି ସୁପାରିସ କରିଛନ୍ତି।

ଭାବି ଜ୍ୱାଇଁ ଆକାଶ ପାଠକଙ୍କ ଲିଙ୍କରେ ଗତ ଗୁରୁବାର ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା।ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଜେଲ୍ ମାନୁଏଲ୍ ଅନୁସାରେ ପ୍ରଦୀପଙ୍କୁ ସାଧାରଣ କଏଦୀ ଭାବେ ସୁବିଧା ସୁଯୋଗ ଦିଆଯାଇଛି। ତେବେ କୋଭିଡ୍ ନିୟମାବଳୀ ଆଧାରରେ ତାଙ୍କୁ ୧୪ ନମ୍ବର ଓ୍ୱାର୍ଡରେ ସଙ୍ଗରୋଧରେ ରଖାଯାଇଛି।

You might also like