ଆଜିଠାରୁ ଗଡ଼ିବ ‘ମୋ ବସ୍’
ଭୁବନେଶ୍ୱର: କରୋନା ଲକ୍ଡାଉନ ଯୋଗୁ ଦୀର୍ଘଦିନ ଧରି ବନ୍ଦ ଥିବା ‘ମୋ ବସ୍’ ଆଜିଠାରୁ ରାଜ୍ୟରେ ପୁଣି ଚାଲିବ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ଓ କଟକର ୭ଟି ରୁଟରେ ମୋ ବସ୍ ଗଡ଼ିବ ।
ରୁଟ୍ ଗୁଡ଼ିକ ହେଲା ଏୟାରପୋର୍ଟରୁ କଟକ, ସିଡିଏ, ନନ୍ଦନବିହାରରୁ ଲିଙ୍ଗିପୁର, ମାଷ୍ଟରକ୍ୟାଣ୍ଟିନରୁ ସିଡିଏ ଭାୟା ରସୁଲଗଡ଼, ମାଷ୍ଟରକ୍ୟାଣ୍ଟିନ-ଖୋର୍ଦ୍ଧା, ମାଷ୍ଟରକ୍ୟାଣ୍ଟିନ-ସମ୍ ହସ୍ପିଟାଲ୍, ଡୁମୁଡୁମାରୁ ମଞ୍ଚେଶ୍ୱର ଓ ମାଷ୍ଟରକ୍ୟାଣ୍ଟିନରୁ ଏମ୍ସ ।
ତେବେ ଏସବୁ ରୁଟ୍ରେ ବିନା ଶୀତତାପ ନିୟନ୍ତ୍ରିତ ବସ୍ ହିଁ ଚଳାଚଳ କରିବ । ସମସ୍ତ ବସ୍ ସକାଳ ୭ଟାରୁ ସଂଧ୍ୟା ୭ଟା ଯାଏଁ ହିଁ ଯିବା ଆସିବା କରିବ । ତେବେ ଯାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ଏହାଛଡ଼ା ବସରେ କେହି ଛିଡ଼ା ହୋଇ ଯାତ୍ରା କରିପାରିବେ ନାହିଁ। ଟିକେଟର ସଠିକ୍ ମୂଲ୍ୟ ମୁତାବକ ଖୁଚୁରା ଦେବାକୁ ପଡ଼ିବ।