ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା
ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ମୌସୁମୀ ବର୍ଷା ଜାରି ରହିଛି। ଉପକୂଳ ଓଡିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅଧିକ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ପୁରୀ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, କଟକ, ଯାଜପୁର ଇତ୍ୟାଦି ଜିଲ୍ଲାରେ ଅଧିକ ବର୍ଷା ହେବାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।