ରାଜ୍ୟରେ ଆଉ ୭୬ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର:ଆଜି ରାଜ୍ୟରେ ଆଉ ୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୫୯୩କୁ ବୃଦ୍ଧି ପାଇଛି। ଏ ନେଇ  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

ନୂଆ ଚିହ୍ନଟ ୭୬ଙ୍କ ମଧ୍ୟରୁ ୭୪ ଜଣ କ୍ୱାରେଣ୍ଟିନ ସେଣ୍ଟରର ହୋଇଥିବାବେଳେ ୨ ଜଣ ସ୍ଥାନୀୟ ବାସିନ୍ଦା ଅଟନ୍ତି। ଆଜି ଚିହ୍ନଟ ହୋଇଥିବା ୭୬ ଜଣ ୧୦ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ବଲାଙ୍ଗିରରୁ ୧୬, ଖୋର୍ଦ୍ଧା ଓ ନୂଆପଡ଼ାରୁ ୧୩, କଟକରୁ ୧୧, ଗଞ୍ଜାମରୁ ୧୦, ଜଗତ୍‌ସିଂହପୁରରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର, ସୁନ୍ଦରଗଡ଼ ଓ ନୟାଗଡ଼ରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଆକ୍ଟିଭ କେସ ୮୫୩ ଥିବାବେଳେ ସୁସ୍ଥ ହୋଇ ଡିସ୍‌ଚାର୍ଜ ହୋଇଛନ୍ତି ୭୩୩ ଜଣ। ୭ ଜଣଙ୍କ ଇତି ମଧ୍ୟରେ କରୋନା ଜନିତ ମୃତ୍ୟୁ ଘଟିଛି।

You might also like