ରାଜ୍ୟରେ ୧୮୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ଆଜି ପୁଣି ୯୬ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୮ ଜିଲ୍ଲାରେ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୭୭ ଜଣ ସୁସ୍ଥ ହୋଇଥିବାବେଳେ ୮୩୩ ଜଣ ଚିକିତ୍ସାଧୀନ ଅଛନ୍ତି। ୭ ଜଣଙ୍କର ମୃତ୍ୟୁ ଘଟିଛି।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଓ ଗଜପତିରେ ସର୍ବାଧିକ ୧୦ ଜଣ ଲେଖାଏଁ ଚିହ୍ନଟ ହାଇଛନ୍ତି।  ସେହପରି ଖୋର୍ଦ୍ଧା ଜିଲ୍ଲାରେ ୯, ଭଦ୍ରକ, ବଲାଙ୍ଗିର ଓ ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ , କଳାହାଣ୍ଡିରୁ ୫,  ଗଞ୍ଜାମ, ଯାଜପୁର, କଟକ, ଜଗତସିଂହପୁରରୁ ୬ ଜଣ ଲେଖାଏଁ, ବାଲେଶ୍ୱର, ଦେବଗଡ଼ ଓ ନୂଆପଡ଼ାରୁ ୪ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି। l ସେହିପରି ଢେଙ୍କାନାଳରୁ ୨, ପୁରୀ, ନୟାଗଡ, କେନ୍ଦୁଝରରୁ ଜଣେ ଲେଖାଏ କରୋନା ପଜିଟିଭ ବାହାରିଛନ୍ତି।  ତେବେ ସମସ୍ତ ଆକ୍ରାନ୍ତ କ୍ୱାରେଣ୍ଟିନ ସେଣ୍ଟରର। 

You might also like