ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ, ୯୫୮ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୮  କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୫୮  ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ବାଲେଶ୍ୱରରୁ ସର୍ବଧିକ ୪ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ସେହିପରି ପୁରୀରୁ୨, ନୟାଗଡରୁ ୨, ସୁନ୍ଦରଗଡରୁ ୨ ଜଣ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।

ସୂଚନା ଥାଉ କି,  ରାଜ୍ୟରେ ୨୪ ଘଣ୍ଟାରେ ୨, ୯୯୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। 

 

 

 

You might also like