• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ସାରା ରାଜ୍ୟକୁ ଅସ୍ତବ୍ୟସ୍ତ କରୁଛି ତାତି। ରାଜଧାନୀ ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ। ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୧. ୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ଭୁବନେଶ୍ୱର ସହ ଟିଟିଲାଗଡ଼ରେ ମଧ୍ୟ ତାପମାତ୍ରା ୪୧. ୫ ଡିଗ୍ରୀ ରେକର୍ଡ ହୋଇଛି। ଏହି ଦୁଇ ସହର ସହ ରାଜ୍ୟର ୧୨ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି।

ଚାନ୍ଦବାଲିର ସର୍ବାଧିକ ତାପମାତ୍ରା ୪୦. ୭ ଡିଗ୍ରୀ, କଟକର ୪୦. ୧, ଅନୁଗୁଳ ୪୦. ୭ ଡିଗ୍ରୀ ଏବଂ ବାରିପଦାର ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ ହୋଇଛି। ସକାଳ୧୦ଟାରୁ ତାପମାତ୍ରା ବୃଦ୍ଧି ପାଇ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଲାଗି ରହୁଛି। ଗରମ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି।

ଅନ୍ୟପଟେ ଉପକୂଳ ଅଞ୍ଚଳରେ ପ୍ରବଳ ତାତି ସହ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷା ଅନୁଭୂତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଆସନ୍ତା ୧୮ ଯାଏଁ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, କୋରାପୁଟ, ରାୟଗଡ଼ାରେ ବର୍ଷା ସମ୍ଭାବନା ରହିଛି।

ସେହିପରି କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୩ରୁ ୪ ଦିନ ଉପକୂଳ ଜିଲ୍ଲାର ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇପାରେ। ଉପକୂଳ ଜିଲ୍ଲାରେ ତାତି ୪୦ ଡିଗ୍ରୀ କିମ୍ବା ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

More-heat-waves-in-odisha-this-summer
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories