ବରଯାତ୍ରୀ ବସ୍‌ ଓଲଟି ୨୦ରୁ ଊର୍ଦ୍ଧ୍ୱ ଆହତ

ଭଞ୍ଜନଗର: ଓଲଟି ପଡ଼ିଲା ବରଯାତ୍ରୀ ବସ୍‌। ଗଞ୍ଜାମ ଜିଲ୍ଲା ଭଞ୍ଜନଗରର କଳିଙ୍ଗା ଘାଟିର ଅନ୍ଧାରିକୋଟ ନିକଟରେ ଏକ ବରଯାତ୍ରୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବା ଫଳରେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି।

ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ଜଣେ ମହିଳା ହାତ କଟି ଯାଇଛି।

ଗତକାଲି ରାତିରେ ବସ୍‌ଟି ବରଯାତ୍ରୀଙ୍କୁ ଧରି ଆସିକା ଫେରୁଥିବା ବେଳେ ଅନ୍ଧାରିକୋଟ  ନିକଟରେ ଓଲଟି ପଡ଼ିଥିଲା।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like