ପିକ୍‌ନିକ୍‌ ବସ୍‌କୁ ଧକ୍କା ଦେଲା ଟ୍ରକ୍‌

ଖୋର୍ଦ୍ଧା: ପିକ୍‌ନିକ୍‌ ବସ୍‌କୁ ଧକ୍କା ଦେଲା ଟ୍ରକ୍‌। ଖୋର୍ଦ୍ଧା ଜିଲ୍ଲା ଗୋଡ଼ିପଡ଼ା ଟୋଲ୍‌ଗେଟ୍ ନିକଟରେ ଏକ ପିକ୍‌ନିକ୍‌ ବସ୍‌ର ସାମ୍ନାପଟୁ ଟ୍ରକ୍‌ ଦେବା ଫଳରେ ୩୦ଜଣ ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

ଆହତଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ପିକ୍‌ନିକ୍‌ ଲାଗି ଭଦ୍ରକରୁ ଗଞ୍ଜାମର ତାରା ତାରିଣୀକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି।

You might also like