ଆଜିଠୁ ବାହାରେ ୭ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ

ଭୁବନେଶ୍ୱର: ଆଜିଠାରୁ ବାହାରେ ସର୍ବସାଧାରଣ ସ୍ଥାନରେ ୭ରୁ ଅଧିକ ଲୋକ  ଏକାଠି ହୋଇପାରିବେ ନାହିଁ। କରୋନା ସତର୍କତା ସ୍ୱରୂପ ରାଜ୍ୟ ସରକାର  ଏଭଳି ନିଷ୍ପତ୍ତି ନେଇଥିବା  ଜଣାପଡ଼ିଛି।

କରୋନା ଛଡ଼ା ଅନ୍ୟ କୌଣସି ମିଟିଂ ହୋଇପାରିବ ନାହିଁ। ସେହିପରି ଜୟନ୍ତୀ ପାଳନ, ମାଲ୍ୟାର୍ପଣ ଆଦି ସରକାରୀ କାର୍ଯ୍ୟକ୍ରମ ବନ୍ଦ ରହିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି.

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଚ୍ଚ ୨୨ ଜନତା କର୍ଫ୍ୟୁ ଆହ୍ୱାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମର୍ଥନ ଜଣାଇଛନ୍ତି। ରବିବାର ଦିନ ସବୁ ଲୋକ ଘରେ ରହିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

You might also like