ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ ଆସନ୍ତାକାଲି ରାତି ୯ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୁନାବେଶ ଦର୍ଶନ କରିବେ।

ତା’ପରଦିନ ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ କିସ୍ କ୍ୟାମ୍ପସରେ ଆଦିବାସୀ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ ପରେ ସେ ପାରାଦୀପ ଗସ୍ତ କରିବେ। ସେଠାରେ ଧୀବର ସମୁଦାୟର ଲୋକଙ୍କ ସହ ସେମାନଙ୍କ ବିଭିନ୍ନ ସମସ୍ୟା ପ୍ରସଙ୍ଗରେ ଆଲୋଚନା କରିବେ ଓ ପାରାଦୀପ କୋଷ୍ଟାଲ ପୁଲିସ୍ ଷ୍ଟେସନ୍ ମଧ୍ୟ ପରିଦର୍ଶନ କରିବେ ବୋଲି ସୂଚନା ମିଳିଛି। କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ହେବା ପରେ ଶ୍ରୀ ରାଏଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ।

You might also like