ଲକ୍‌ଡାଉନ: ଖୋଲିବ ଢାବା, ଗାଡ଼ି ମରାମତି ଦୋକାନ

ଭୁବନେଶ୍ୱର: ଏପ୍ରିଲ ୨୦ରୁ ଲକଡାଉନ୍ କୋହଳ ହୋଇଥିବାରୁ ମାଲ ପରିବହନ, ଶ୍ରମିକ ନିୟୋଜନ ଓ ଗାଡ଼ି ମରାମତି ଦୋକାନ ଖୋଲିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଗଲା ଏସଓପି । ଏ ନେଇ ସବୁ ଜିଲ୍ଲାପାଳ, CP ଓ ମ୍ୟୁନିସିପାଲ କମିଶନରଙ୍କୁ SRCଙ୍କ ପକ୍ଷରୁ ଚିଠି କରାଯାଇଛି ।

ଏହା ଅନୁସାରେ ଶ୍ରମିକଙ୍କ ପାଇଁ କମ୍ପାନୀ ଦେଇଥିବା ଆଇ କାର୍ଡ ଗ୍ରହଣଯୋଗ୍ୟ ଡକ୍ୟୁମେଣ୍ଟ । ବ୍ୟବସାୟ ପ୍ରତିଷ୍ଠାନ ମଧ୍ୟ କର୍ମଚାରୀଙ୍କୁ ଅନୁମତି ପତ୍ର ଦେଇପାରିବେ । ଶ୍ରମିକମାନେ କାର୍ଯ୍ୟକ୍ଷେତ୍ରକୁ ଚାଲି ଚାଲି ବା ସାଇକେଲରେ ଯାଇ ପାରିବେ। କମ୍ପାନୀ କର୍ତ୍ତୃପକ୍ଷ ପାସେଞ୍ଜର ଗାଡିରେ ୪୦% ସିଟ୍‌ରେ କର୍ମଚାରୀଙ୍କୁ ନେଇପାରିବେ।

ତେବେ ପାସେଞ୍ଜର ଗାଡ଼ି ରାସ୍ତା ମଝିରେ ପାସେଞ୍ଜର ଉଠାଇ ପାରିବେ ନାହିଁ । ପାସେଞ୍ଜର ଗାଡ଼ି ଚଳାଚଳ ପାଇଁ ଜିଲ୍ଲାପାଳ/CP/RTOଙ୍କ ଅନୁମତି ଆବଶ୍ୟକ କରିବେ । ରାଜପଥ କଡ଼ରେ ଢ଼ାବା ଖୋଲା ରହିବ । କିନ୍ତୁ କେବଳ ପାର୍ସଲ ବ୍ୟବସ୍ଥା ରହିବ । ସେହିଭଳି ନନ୍-ହଟସ୍ପଟ ଜିଲ୍ଲାରେ ଗାଡ଼ି ମରାମତି, ବ୍ୟାଟେରୀ, ସ୍ପେୟାର ପାର୍ଟ ଖୋଲିବ । ତେବେ କେତେ ସଂଖ୍ୟାରେ ଦୋକନ ଖୋଲିବ, କେତେ ସମୟ ଖୋଲିବ ତାହା ପ୍ରଶାସନ ସ୍ଥିର କରିବ ।

କଣ୍ଟେନମେଣ୍ଟ ଜୋନ ପାଇଁ ଏହି କୋହଳ ବ୍ୟବସ୍ଥା ଲାଗୁ ହେବ ନାହିଁ ବୋଲି SRC ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like