ବାଇକ୍‌ ଚାଳକକୁ ୨୨୫୦୦ ଟଙ୍କା ଜୋରିମାନା

କଣ୍ଟାବାଞ୍ଜି (ସୁରଦାସ ବାଗ): ବାଇକ୍‌କୁ ୨୨୫୦୦ ଟଙ୍କା ଜୋରିମାନା ହୋଇଛି। ଏପରି ସୂଚନା ଆସିଛି ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅଞ୍ଚଳରୁ। ୫ଟି ନିୟମ ଉଲ୍ଲଂଘନ କରିଥିବାରୁ ବାଇକ୍‌ ଚାଳକକୁ ଏହି ଜୋରିମାନା ହୋଇଛି। ଅନ୍ୟପକ୍ଷରେ ମଦ୍ୟପାନକୁ ବାଇକ୍‌ ଚାଳକ ଖଣ୍ଡନ କରିଛନ୍ତି।

ବେଲ୍‌ପଡ଼ା ଗାଁର ସୁଶାନ୍ତ କୁମାର ମେହେର ଆଜି କଣ୍ଟାବାଞ୍ଜିରୁ ଘରକୁ ଫେରୁଥିଲେ। କୁର୍ଲି ଛକରେ ପରିବହନ କର୍ମଚାରୀମାନେ ତାଙ୍କ ବାଇକ୍‌କୁ ଅଟକାଇ କାଗଜପତ୍ର ଯାଞ୍ଚ କରିଥିଲେ। ମାତ୍ର ସେ ପରିବହନ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଯେଉଁଥିପାଇଁ ପରିବହନ ବିଭାଗ ତାଙ୍କ ଉପରେ ୨୦୦୦ ଟଙ୍କା ଜୋରିମାନା କରିଥିଲା। ଶ୍ରୀ ମେହେର ସାଧାରଣ ନିୟମ ଉଲ୍ଲଂଘନ କରିଥିବାରୁ ୫୦୦, ବୈଧ ଡ୍ରାଇଭିଂ ଲାଇସେନ୍ସ ନଥିବାରୁ ୫୦୦୦, ନିର୍ଦ୍ଧାରିତ ବେଗଠାରୁ ଅଧିକ ବେଗରେ ଗାଡ଼ି ଚଲାଉଥିବାରୁ ୫୦୦୦ ଓ ମଦ ପିଇ ଗାଡ଼ି ଚଲାଉଥିବାରୁ ୧୦୦୦୦ ଜୋରିମାନା କରିଥିଲେ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like