ସିଲ୍ ହେଲା ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅଫିସ୍‌

ଭୁବନେଶ୍ୱର: କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟକୁ BMC ସିଲ୍ କରିଛି। BMCର ଏକ ଟିମ୍‌ ପଳାସପଲ୍ଲୀରେ ଥିବା ସାଂସଦ ଅପରାଜିତାଙ୍କ ଅଫିସ୍‌ରେ ପହଞ୍ଚି ୧୫ ଦିନ ପାଇଁ ଅଫିସ୍‌କୁ ସିଲ୍‌ କରିଛନ୍ତି।

ସୂଚନାଥାଉ କି, ଗତ ୮ ତାରିଖ ଦିନ ନିଜ ଜନ୍ମଦିନ ପାଳନ ବେଳେ ସାଂସଦ ଅପରାଜିତା ଷଡ଼ଙ୍ଗୀ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଯେଉଁଥିରେ ସାଂସଦ ନିଜେ କିମ୍ବା ଅନ୍ୟ ମହିଳାମାନେ ମାସ୍କ ପିନ୍ଧି ନ ଥିଲେ ଏବଂ ସାମାଜିକ ଦୂରତା ମାନି ନ ଥିବା ମଧ୍ୟ ଅଭିଯୋଗ ହୋଇଥିଲା। ଏନେଇ କେନ୍ଦ୍ରକୁ ଫେରାଦ ହୋଇଥିଲା ରାଜ୍ୟ। ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏନେଇ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କୁ ଚିଠି ଲେଖି ତାଗିଦ୍‌ ପାଇଁ ଦାବି କରିଥିଲେ।

You might also like