କୁମ୍ଭୀର ଆକ୍ରମଣରେ ନିଖୋଜ ବ୍ୟକ୍ତିଙ୍କ ମିଳିଲା ମୃତଦେହ

ଆଳି (ବନମାଳୀ ସାହୁ) : ଗତକାଲି ବ୍ରାହ୍ମଣୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ସୁବାସ ବରାଳଙ୍କୁ କୁମ୍ଭୀର ଟାଣି ନେଇଥିଲା। ଆଜି ତାଙ୍କର କ୍ଷତିବିକ୍ଷତ ମୃତଦେହ ମିଳିଛି।

କେନ୍ଦ୍ରାପଡା ଜିଲ୍ଲା ଆଳି ସାହୁପଡା ଗାଁର ସୁବାସ ବରାଳ ବିଲରେ କାମ ସାରି ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ପାଣିରେ ପଶୁ ପଶୁ କୁମ୍ଭୀର ତାଙ୍କୁ ଟାଣି ନେଇଥିଲା। ସୁବାଷଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଡଙ୍ଗା ସାହାଯ୍ୟରେ ନଦୀରେ ତାଙ୍କୁ ଖୋଜିଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନଥିଲା। ଆଜି ତାଙ୍କର କ୍ଷତାକ୍ତ ମୃତଦେହ ରାଜନଗର ବେଲପାଳ ଗାଁ ନିକଟସ୍ଥ ନଦୀ ପଠାରୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି।

ମୃତ ସୁବାସଙ୍କ ପରିବାର ଲୋକଙ୍କୁ ଖୁବ୍‌ଶୀଘ୍ର କ୍ଷତିପୂରଣ ଯୋଗାଇ ଦେବାକୁ ସାହୁପଡା ଗାଁ ଲୋକେ ଦାବି କରିଛନ୍ତି। ଏହି ଘଟଣା ପରେ ଆଳିର ନଦୀ ପାର୍ଶ୍ୱବର୍ତ୍ତୀ ଗାଁ ଲୋକଙ୍କ ଭିତରେ ଭୟର ବାତାବରଣ ଖେଳି ଯାଇଛି।

ଆହୁରି ପଢ଼ନ୍ତୁ

ଓଡ଼ିଶା ପୋଲିସ୍ ଡିଜିଙ୍କୁ ଜାତୀୟ ST କମିଶନଙ୍କ ଚିଠି

କରୋନାରୁ ସୁସ୍ଥ ହେଲେ ୧୭୮୫ ଆକ୍ରାନ୍ତ

କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ପୋଲିସ୍ ଡିଜି

କୁଷ୍ଠରୋଗୀ କହି ବାସନ୍ଦ କରିଦେଲେ, ପାଇପ୍ ଭିତରେ ବିତୁଛି ଜୀବନ

ଭାଇରାଲ୍ ଅଡ଼ିଓ ପ୍ରସଙ୍ଗ: ଲକ୍ଷ୍ମୀକାନ୍ତଙ୍କୁ ପୋଲିସ ଉଠାଇ ନେବା ପରେ ଚିନ୍ତାରେ ବାପା ଶଯ୍ୟାଶାୟୀ

ଅଡିଓ ଭାଇରାଲ ପ୍ରସଙ୍ଗ: ଗିରଫ ଲକ୍ଷ୍ମୀକାନ୍ତଙ୍କୁ ଭେଟିଲା କଂଗ୍ରେସ

ଲୋକଙ୍କ ପ୍ରଶ୍ନର ଉତ୍ତର ରଖିବାକୁ କାହିଁକି ଡରୁଛନ୍ତି ରାଜ୍ୟ ସରକାର?

ଭୁବନେଶ୍ୱରରୁ ଆଉ ୧୦୯ କରୋନା ପଜିଟିଭ୍ ଚିହ୍ନଟ

ଆଇନ୍‌ ଉଲ୍ଲଙ୍ଘନ ଅଭିଯୋଗରେ କ୍ୟାପିଟାଲ ଥାନା IIC ଗିରିଜା ଚକ୍ରବର୍ତ୍ତୀଙ୍କ ନାଁରେ ଏତଲା ଦେଲା ଓଟିଭି

କଟକ ମହାନଗର ଅଞ୍ଚଳରୁ ୭୩ କରୋନା ଆକ୍ରାନ୍ତ ଚିହ୍ନଟ

ସ୍ୱତନ୍ତ୍ର ଜେଲରେ ୪୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସମ୍ୱଲପୁରରେ ହେବନି ସଟ୍‌ଡାଉନ୍

You might also like