୩ ଦିନ ପାଇଁ ସଟ୍‌ଡାଉନ୍‌ ହେଲା ଏହି ଜିଲ୍ଲା

ନବରଙ୍ଗପୁର: ୩ ଦିନ ପାଇଁ ନବରଙ୍ଗପୁର ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଶନିବାର ସକାଳ ୫ଟାରୁ ୧୦ ତାରିଖ ମଧ୍ୟରାତ୍ର ଯାଏ ସଟ୍‌ଡାଉନ୍ ଘୋଷଣା ହୋଇଛି।

କରୋନା ସଂକ୍ରମଣ ରୋକିବାକୁ ଜିଲ୍ଲାପାଳ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଗତ ୨୪ ଘଣ୍ଟାରେ ନବରଙ୍ଗପୁରରୁ ୧୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ନବରଙ୍ଗପୁରରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୨ରେ ପହଞ୍ଚିଛି। ୨୫୨ଜଣ ସୁସ୍ଥ ହୋଇଥିବାବେଳେ ୮୮ଜଣ ଚିକିତ୍ସାଧୀନ ଅଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି। ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲେ ମଧ୍ୟ ତାଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି।

ଆହୁରି ପଢ଼ନ୍ତୁ

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

You might also like