୨ ଦିନ ପାଇଁ ସଟ୍‌ଡାଉନ୍‌ ହେବ ଏହି ଜିଲ୍ଲା

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାକୁ ୨ ଦିନ ପାଇଁ ସଟ୍‌ଡାଉନ୍‌ ଘୋଷଣା କଲେ ଜିଲ୍ଲାପାଳ। ଆସନ୍ତା ୨୫ ଓ ୨୬ ତାରିଖରେ ନବରଙ୍ଗପୁର ଜିଲ୍ଲା ସଟ୍‌ଡାଉନ୍‌ ରହିବ।

ନବରଙ୍ଗପୁରରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।  ଗତ ୨୪ ଘଣ୍ଟାରେ ନବରଙ୍ଗପୁରରୁ ୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ନୂଆ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ନବରଙ୍ଗପୁରରେ ୭୩୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୫୩ଜଣ ସୁସ୍ଥ ହୋଇଥିବାବେଳେ ୨୭୭ଜଣ ଚିକିତ୍ସାଧୀନ ଅଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି। ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ଏମାନଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି।

You might also like