ପରଲୋକରେ ବିଶିଷ୍ଟ ଶିଶୁ ସାହିତ୍ୟିକ ନଦୀୟା ବିହାରୀ ମହାନ୍ତି

କଟକ: ବିଶିଷ୍ଟ ଶିଶୁ ସାହିତ୍ୟିକ ନଦୀୟା ବିହାରୀ ମହାନ୍ତିଙ୍କର ଆଜି ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା।

କଟକ ଆକାଶବାଣୀ କେନ୍ଦ୍ରର ଲୋକପ୍ରିୟ କାର୍ଯ୍ୟକ୍ରମ ‘ଶିଶୁ ସଂସାର’ର ଉପସ୍ଥାପକ ବଡ଼ଭାଇ ନଦୀୟା ୨୦୧୩ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ହାସଲ କରିଥିଲେ। ସେ ଜଣେ ଜଣାଶୁଣା ଶିଶୁ ସାହିତ୍ୟିକ ଥିଲା। ତାଙ୍କ ପରଲୋକରେ ଓଡ଼ିଆ ସାହିତ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି।

ଆହୁରି ପଢ଼ନ୍ତୁ

You might also like