ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି। ଏଥିରେ ମୁଖ୍ୟମନ୍ତ୍ରୀ ଦର୍ଶାଇଛନ୍ତି,  ଓଡ଼ିଶୀ ସଙ୍ଗୀତ ୨ ହଜାର ବର୍ଷ ପୁରୁଣା। ଆଉ ଏହା ନିଜସ୍ୱ ଲିଖିତ ଶାସ୍ତ୍ର ଓ ସ୍ୱତନ୍ତ୍ର ରାଗ ଉପରେ ଆଧାରିତ। ଏହାର ଶୈଳୀ ହିନ୍ଦୁସ୍ତାନୀ ଓ କର୍ଣ୍ଣାଟକୀ ସଙ୍ଗୀତଠାରୁ  ସମ୍ପୂର୍ଣ୍ଣ ଅଲଗା ଅଟେ।

ଭାରତୀୟ ସଂସ୍କୃତି ଉପରେ ମଧ୍ୟ ଓଡ଼ିଶୀ ସଙ୍ଗୀତର ପ୍ରଭାବ ରହିଛି। ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବା ଲାଗି ରାଜ୍ୟ ସରକାର ବହୁଗୁଡିଏ ପଦକ୍ଷେପ ନେଇଛନ୍ତି। ଏଥିସହ ଗତ ୨ ତାରିଖରେ ରାଜ୍ୟର ଐତିହ୍ୟ କ୍ୟାବିନେଟ୍ ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା  ପ୍ରଦାନ ପାଇଁ କେନ୍ଦ୍ରକୁ ଅନୁରୋଧ ଉଦ୍ଦେଶ୍ୟରେ ଆସିଥିବା ପ୍ରସ୍ତାବକୁ ଅନୁମୋଦନ କରିଥିଲା। ତେଣୁ ଆମର ଐତିହ୍ୟକୁ ସମ୍ମାନ ଜଣାଇ ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବା ଲାଗି କେନ୍ଦ୍ର ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଭାରତ ସରକାର ୧୯୬୪ ମସିହାରେ ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ନୃତ୍ୟ ଏବଂ ୨୦୧୪ରେ ଓଡ଼ିଆ ଭାଷାକୁ ଷଷ୍ଠତମ ଶାସ୍ତ୍ରୀୟ ଭାଷାର ମାନ୍ୟତା ପ୍ରଦାନ କରିଛନ୍ତି। ତେବେ ଓଡ଼ିଶା ସରକାର ୨୦୦୮ ମସିହାରେ ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ସଂଗୀତର ମାନ୍ୟତା ପ୍ରଦାନ କରିଥିଲେ ମଧ୍ୟ ଏଯାଏଁ ଏହାକୁ ଭାରତ ସରକାରଙ୍କ ଶାସ୍ତ୍ରୀୟ ମାନ୍ୟତା ମିଳିନାହିଁ।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like