୨୯ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ନବୀନ ପଟ୍ଟନାୟକ କ୍ରମାଗତ ପଞ୍ଚମ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏଥିପାଇଁ ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ଶପଥ ଗ୍ରହଣ ଉତ୍ସବର ଆୟୋଜନ କରାଯିବ ବୋଲି ସୂଚନା ମିଳିଛି।

ନବୀନଙ୍କ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ପୁଲିସ୍‌ ଡିଜି ଆର୍‌.ପି. ଶର୍ମା ପ୍ରଦର୍ଶନୀ ପଡ଼ିଆ ଯାଇ ସୁରକ୍ଷା ସମୀକ୍ଷା କରିଛନ୍ତି। ଶପଥ ଗ୍ରହଣ ଉତ୍ସବରେ ୫ ହଜାରରୁ ଅଧିକ ଲୋକଙ୍କ ସମାଗମ ହୋଇପାରେ।ଏଥିସହ ରାଜ୍ୟ ବାହାରୁ ଅତିଥି ଆସୁଥିବାରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ହେବ ବୋଲି ପୁଲିସ୍‌ ଡିିଜି ସୂଚନା ଦେଇଛନ୍ତି।

ପ୍ରଦର୍ଶନୀ ପଡ଼ିଆ ଚାରି ପାର୍ଶ୍ୱରେ ସିସିଟିଭି ବ୍ୟବସ୍ଥା କରାଯିବ। ପଡ଼ିଆ ଚାରିପଟ କୋଠା ଉପରେ ସୁରକ୍ଷା କର୍ମୀ ମୁତୟନ ହେବେ। ପଡ଼ିଆ ଭିତର କଣ୍ଟ୍ରୋଲ୍ ରୁମ୍‌ରୁ ସୁରକ୍ଷା ସ୍ଥିତି ଉପରେ ନଜର ରଖାଯିବ। ପ୍ରଦର୍ଶନୀ ପଡ଼ିଆ ସୁରକ୍ଷା ଦାୟିତ୍ୱ ପୁଲିସ୍‌ କମିଶନରଙ୍କୁ ଦିଆଯାଇଛି ବୋଲି ସମୀକ୍ଷା ପରେ ଡିଜିପି କହିଛନ୍ତି। ଏଥିସହ ଶପଥ ଗ୍ରହଣ ଉତ୍ସବ ଦିନ ଟ୍ରାଫିକ୍ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇ କିଛି ରୁଟ୍‌ରେ ପରିବର୍ତ୍ତନ କରାଯିବ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେନି ହେମନ୍ତ ଶର୍ମା

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

‘କରୋନା ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର’

You might also like