ଆଜିଠୁ ନକ୍ସଲଙ୍କ ପିଏଲ୍‌ଜିଏ ସପ୍ତାହ ଆରମ୍ଭ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ୱର: ଆଜିଠାରୁ ନକ୍ସଲଙ୍କ ପିଏଲ୍‌ଜିଏ ସପ୍ତାହ ଆରମ୍ଭ ହୋଇଛି। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ନକ୍ସଲମାନେ ଏହି ସପ୍ତାହ ପାଳନ କରିବେ।

ଏଥିପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ନକ୍ସଲମାନେ ପୋଷ୍ଟର ଲଗାଇବା ସହ ବନ୍ଦ ପାଳନ ପାଇଁ ଆହ୍ୱାନ ଦେଇଛନ୍ତି।

ନକ୍ସଲଙ୍କ ପିଏଲ୍‌ଜିଏ ସପ୍ତାହକୁ ଦୃଷ୍ଟିରେ ରଖି କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପୁଲିସ୍ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ ସୀମାରେ କମ୍ବିଂ ଅପରେସନ୍‌କୁ ଜୋରଦାର କରାଯିବା ସହ ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି।

 ସୁରକ୍ଷା ଦୃଷ୍ଟିରୁ କୋରାପୁଟରୁ ରାୟଗଡା, ମାଲକାନଗିରି ଓ ଗଜପତିକୁ ସରକାରୀ ବସ୍ ସେବା ବନ୍ଦ ରହିବ ବୋଲି ମଧ୍ୟ ସୂଚନା ମିଳିଛି।

 

You might also like