NEET, JEE Exams 2020: ପରୀକ୍ଷାର୍ଥୀଙ୍କ ଯା’ଆସ, ରହଣି ପାଇଁ ଓଡ଼ିଶାରେ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: କାଲିଠୁ JEE (Main) 2020 ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ, NEET (UG) ପରୀକ୍ଷା ସେପ୍ଟେମ୍ବର ୧୩ରେ ହେବ। କରୋନା ମହାମାରୀ ସମୟରେ ଏହି ପରୀକ୍ଷା ଅନୁଷ୍ଠିତ ହେଉଥିବାରୁ ଏହାକୁ ବିରୋଧ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ୬ ରାଜ୍ୟ।

ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ରାଜସ୍ଥାନ, ପଞ୍ଜାବ, ଛତିଶଗଡ଼ ଓ ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ review ପିଟିସନ୍ ଦାଖଲ କରାଯାଇଛି।

ଅନ୍ୟପକ୍ଷରେ, ଓଡ଼ିଶାରେ ପରୀକ୍ଷା ସୁପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ୧୬ ହଜାର ପରୀକ୍ଷାର୍ଥୀଙ୍କ ଲାଗି ରାଜଧାନୀରେ ୬ଟି ପରୀକ୍ଷା କେନ୍ଦ୍ର ସହ ୮ଟି ସ୍ଥାନରେ ରହଣି ବ୍ୟବସ୍ଥା କରାଯାଇଛି।

ସମସ୍ତ ପରୀକ୍ଷା କେନ୍ଦ୍ରରେ ମୋବାଇଲ ଟିମ୍, ପୋଲିସ ଟିମ୍, ସାନିଟାଇଜିଂ ବ୍ୟବସ୍ଥା କରାଯିବା ସହ ଯିବା ଆସିବା ପାଇଁ ଟ୍ୟାଗିଂ ଓ ରହଣି ବ୍ୟବସ୍ଥା ମଧ୍ୟ ହୋଇଛି। ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କ ରହିବା ଓ ଖାଇବା ଲାଗି ହୋଟେଲ ବ୍ୟବସ୍ଥା ପାଇଁ ଓଡ଼ିଶା ହୋଟେଲ ଓ ରେସ୍ତୋରା ସଂଘ ଅଧ୍ୟକ୍ଷଙ୍କ ସହ ପୁରୀ, ସମ୍ବଲପୁର ଓ ରାଉରକେଲା ହୋଟେଲ ସଂଘକୁ ଚିଠି ଲେଖିଛି ପର୍ଯ୍ୟଟନ ବିଭାଗ। ଏହାସହ ପିଲାମାନଙ୍କ ସ୍ୱାସ୍ଥ୍ୟ ଓ ପରୀକ୍ଷା ସମ୍ପର୍କିତ ସମସ୍ୟାର ସମାଧାନ କରାଯିବ। ପରୀକ୍ଷା କେନ୍ଦ୍ର ବାହାରେ ଭିଡ଼କୁ ଏଡ଼ାଇବା ପାଇଁ ମାଇକ୍ ଯୋଗେ ସଚେତନ କରାଯିବ।

ସ୍ୱତନ୍ତ୍ର ବସ୍ ଜରିଆରେ ନୋଡାଲ୍ ଅଫିସରମାନଙ୍କ ତଦାରଖରେ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ର ଗୁଡ଼ିକୁ ପଠାଇବାର ବ୍ୟବସ୍ଥା ହୋଇଛି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like