• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣ ।  ଆଜି ୧୦ ହଜାର ଉପରେ ରହିଛି ରାଜ୍ୟର ସଂକ୍ରମଣ ହାର। ଗତକାଲି ରାଜ୍ୟରେ ୧୧ ହଜାର ୮୦୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୧୦,୬୩୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୩୪ ହଜାର ୮୪୨କୁ ବୃଦ୍ଧି ପାଇଛି । ପୁଣି ଥରେ ତାଲିକାର ଶୀର୍ଷରେ ରହିଛି ଖୋର୍ଦ୍ଧା ଏବଂ ତା ପଛକୁ ସୁନ୍ଦରଗଡ଼ ଏବଂ କଟକ ରହିଛି ।  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୬୪ ଜଣ ନୂଆ ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ସେହିପରି ରାଜ୍ୟରେ ୨୪ ଘଣ୍ଟାରେ କରୋନାରେ ପ୍ରାଣ ହରାଇଛନ୍ତି ୧୯ ଜଣ ସଂକ୍ରମିତ । ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୧୮୦କୁ ବୃଦ୍ଧି ପାଇଛି ।

ନୂଆ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୯୩୪ ଜଣ, କଟକରୁ ୮୮୭ ଜଣ, ସମ୍ବଲପୁରରୁ ୬୪୧ ଜଣ, ଅନୁଗୁଳରୁ ୫୫୯ ଜଣ, ବରଗଡ଼ରୁ ୪୪୩ ଜଣ , ବାଲେଶ୍ୱରରୁ ୩୦୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କଳାହାଣ୍ଡିରୁ ୪୬୯, ଝାରସୁଗୁଡ଼ାରୁ ୪୫୬, ପୁରୀରୁ ୪୩୪, ନବରଙ୍ଗପୁରରୁ ୩୩୬, ନୂଆପଡ଼ାରୁ ୩୨୪, ବଲାଙ୍ଗିରରୁ ୩୧୮, ଯାଜପୁରରୁ ୨୯୦, ଗଞ୍ଜାମରୁ ୨୬୬, ନୟାଗଡ଼ରୁ ୨୫୩, କେନ୍ଦୁଝରରୁ ୧୯୩, ରାୟଗଡ଼ାରୁ ୧୫୮, ମୟୂରଭଞ୍ଜ ଓ ବୌଦ୍ଧରୁ ୧୭୯ ଲେଖାଏଁ, ସୁବର୍ଣ୍ଣପୁରୀରୁ ୧୪୯, ଢେଙ୍କାନାଳରୁ ୧୪୬, ଜଗତସିଂହପୁରରୁ ୧୪୦, ଦେବଗଡ଼ରୁ ୧୩୭, କୋରାପୁଟରୁ ୧୨୭, କେନ୍ଦ୍ରାପଡ଼ାରୁ ୧୨୭, ଗଜପତିରୁ ୧୦୧, ଭଦ୍ରକରୁ ୧୦୦, ମାଲକାନଗିରିରୁ ୭୯ ଓ କନ୍ଧମାଳରୁ ୭୩ ଜଣ ଓ ଷ୍ଟେଟ୍ ପୁଲ୍ରୁ ୨୭୩ ଜଣ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୪୮ ହଜାର ୭୫୭ ଟେଷ୍ଟିଂ ହୋଇଛି ।

ସେପଟେ ଲକଡାଉନ ମଧ୍ୟରେ ଦୁଇ ଦିନିଆ ସପ୍ତାହାନ୍ତ ସଟଡାଉନର ଆଜି ଶେଷ ଦିନ । ସକାଳ ୬ଟାରୁ କଡାକଡି ଭାବେ ପାଳନ କରାଯାଉଛି ସଟଡାଉନ । ସୋମବାର ସକାଳ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ଏହି ସଟଡାଉନ । କରୋନାର ଦ୍ୱିତୀୟ ଲହରୀ ଜାରି ରହିଥିବାବେଳେ ସଂକ୍ରମଣ ହାର ହ୍ରାସ କରିବାକୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ଜାରି ହୋଇଛି କଟକଣା । ଏହି ସମୟରେ ସହରାଞ୍ଚଳରେ ସମସ୍ତ ଦୋକାନବଜାର ବନ୍ଦ ରହିବ ।

New-10635-positive-found-in-odisha
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories