ଭିକାରୀ ଥଇଥାନ କେନ୍ଦ୍ର ଓ ବୃଦ୍ଧାଶ୍ରମରେ ନୂଆ ଅନ୍ତେବାସୀଙ୍କ ପ୍ରବେଶକୁ ବାରଣ

ଭୁବନେଶ୍ୱର: ଭିକାରୀ ଥଇଥାନ କେନ୍ଦ୍ର ଓ ବୃଦ୍ଧାଶ୍ରମରେ ନୂଆ ଅନ୍ତେବାସୀ ପ୍ରବେଶ ପାଇଁ ବାରଣ କରିଛନ୍ତି ରାଜ୍ୟ ସରକାର। ଅନ୍ତେବାସୀଙ୍କ କରୋନା ଟେଷ୍ଟ ହୋଇନଥିଲେ ସେମାନଙ୍କୁ ପ୍ରବେଶ ଅନୁମତି ମିଳିବନି। ପ୍ରଥମେ କରୋନା ଟେଷ୍ଟ ହେବ, ନେଗେଟିଭ ଆସିଲେ ହିଁ ଅନୁମତି ମିଳିବ। ଏନେଇ ଆଜି ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ।

ନୂଆ ଅନ୍ତେବାସୀଙ୍କର ପ୍ରଥମେ କରୋନା ଟେଷ୍ଟ ହେବ। ରିପୋର୍ଟ ନ ଆସିବା ପର୍ଯ୍ୟନ୍ତ ସେମାନଙ୍କୁ ଟାଞ୍ଜିଟ୍ ହାଉସ୍‌ରେ ରଖାଯିବ। ତା ସହିତ ପ୍ରଶାସନ୍ତ ତାଙ୍କୁ କୋଭିଡ୍ କେୟାର ହୋମରେ ରଖିବା ବ୍ୟବସ୍ଥା କରିବେ ବୋଲି ସବୁ ଜିଲ୍ଲାକୁ ଚିଠି ହୋଇଛି। ଆଉ ଯଦି ବ୍ୟକ୍ତିଙ୍କ ପାଖରେ କରୋନା ନେଗେଟିଭ ସାର୍ଟିଫିକେଟ ଥିବ ତେବେ ତାଙ୍କୁ ରହିବାକୁ ଅନୁମତି ମିଳିବ ବୋଲି ଚିଠିରେ ଉଲ୍ଲେଖ ରହିଛି।

ସେପଟେ ରାଜ୍ୟରେ ହୁହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ରାଜ୍ୟରେ ଆଉ ୧୨୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୨୧୫ ମଧ୍ୟରୁ କ୍ୱାରେଣ୍ଟିନରୁ ୭୫୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୬୨। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩୩୨ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୧୨ ଚିହ୍ନଟ ହୋଇଛନ୍ତି।

 

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

You might also like